ଭୁବନେଶ୍ୱର,୩୦/୦୩:କଳାହାଣ୍ଡିରେ ଆଜି ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର । ଗରିବ ଲୋକଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ସାମିଲ କରାଯିବ। ଭିନ୍ନକ୍ଷମ, ବିଧବା, ଦୂରାରୋଗରେ ପୀଡିତ ଥିବା ବ୍ୟକ୍ତି ଏବଂ ସହିଦ ପରିବାର ବ୍ୟକ୍ତି, ପଦ୍ମଶ୍ରୀ ପରିବାର ବ୍ୟକ୍ତି, ବନ୍ୟା ବାତ୍ୟା ଓ ଅଗ୍ନିକାଣ୍ଡ ଘଟି ଘରପୋଡି ଥିବା ବ୍ୟକ୍ତି ଏହି ଯୋଜନାରେ ସାମିଲ ହେବେ ।ଏଥିପାଇଁ ଅନଲାଇନ ଆବେଦନ ଖୋଲିବ । ଫୋନ୍ ନମ୍ବର ୦୬୭୪୬୮୧୭୭୭୭ ଏବଂ ୱେବ ପୋର୍ଟାଲ ମାଧ୍ୟମରେ ପଞ୍ଚାୟତ କାର୍ଯ୍ୟାଳୟରେ ବିଡ଼ିଓଙ୍କ ମାଧ୍ୟମରେ ପଞ୍ଜିକୃତ କରିହେବ ।