ଗାନ୍ଧୀ ଜୟନ୍ତୀରେ ଅଶ୍ବତ୍ଥ ବୃକ୍ଷକୁ ସ୍ୱରାଜ ବୃକ୍ଷ ଭାବରେ ରୋପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨/୧୦: ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ । ସ୍ବାଧୀନତାର ୭୫ ବର୍ଷରେ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ଜନ୍ମତିଥିର ସ୍ବତନ୍ତ୍ର ଗୁରୁତ୍ବ ରହିଛି । ଏହି ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ୱରାଜର ମହୋତ୍ସବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ ପରିସରରେ ପବିତ୍ର ଅଶ୍ବତ୍ଥ ବୃକ୍ଷକୁ ସ୍ୱରାଜ ବୃକ୍ଷ ଭାବରେ ରୋପଣ କରିଛନ୍ତି । ସାରା ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପବିତ୍ର ମାଟି ଓ ଜଳ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ସ୍ୱରାଜ ବୃକ୍ଷ ରୋପଣ କରିଥିଲେ।