ମାଲକାନଗିରି ଜିଲ୍ଲା ପାଇଁ ୬ଟି ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨/୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର ହୋଇ ରହିଛି । ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ। ମୋର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳ ହେବ। ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’