ନବ ଦାସଙ୍କ ସ୍ମୃତିସଭାରେ ମୁଖ୍ୟମନ୍ତ୍ରୀ: ପତ୍ନୀ, ଝିଅ ଓ ପୁଅଙ୍କୁ ଭେଟି ଜଣାଇଲେ ସମବେଦନା

ଭୁବନେଶ୍ୱର,୯/୨: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତିସଭାରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନବଙ୍କ ଫଟୋଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥି‌ଲେ।  ଏହାପୂର୍ବରୁ ସେ ନବ କିଶୋର ଦାସଙ୍କ ପତ୍ନୀ, ଝିଅ ଦିପାଳି ଓ ପୁଅ ବିଶାଲଙ୍କୁ ଭେଟି ସମବେଦନା ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ସଚିବ ଭି.କେ.ପାଣ୍ଡିଆନ୍ ମଧ୍ୟ ସ୍ମୃତିସଭାକୁ ଯାଇଥିଲେ। ଝାରସୁଗୁଡ଼ାର ସରବାହାଲଠାରେ ଆୟୋଜିତ ଏହି ସ୍ମୃତିସଭାରେ ରାଜ୍ୟ ମନ୍ତ୍ରିମଣ୍ଡଳର ଅଧିକାଂଶ ସଦସ୍ୟ ଓ ବିଧାୟକ ଉପସ୍ଥିତ ରହି ନବ ଦାସଙ୍କ ସ୍ମୃତିଚାରଣ କରିଥିଲେ।