ଆଜି ପଦ୍ମପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯/୨: ଆଜି ପଦ୍ମପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉପନିର୍ବାଚନରେ ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ନିର୍ବାଚନମଣ୍ଡଳୀକୁ ଶୀଘ୍ର ଆସିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ତାହା ପୂରଣ କରିବାକୁ ରବିବାର ପଦ୍ମପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ନିର୍ବାଚନ ମଣ୍ଡଳୀର ୩ଟି ବ୍ଲକ ପଦ୍ମପୁର, ଝାରବନ୍ଧ ଏବଂ ପାଇକମାଳ ଗସ୍ତରେ ଯିବେ । ସବୁଠି ଜନସଭାକୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୁରକ୍ଷା ଦାୟୀତ୍ୱରେ ୨୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି । ୫ ଜଣ ଏଏସପି, ୧୬ ଡିଏସପି, ୩୨ ଜଣ ଇନସ୍ପେକ୍ଟର, ୧୦୦ ଏସଆଇଓ ଏଏସଆଇଈ ନିଯୋଜିତ ହେବେ । ତେବେ ମୁଖ୍ୟମନ୍ତ୍ରୀ ସେଠାରେ କିଛି ବଡ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି ।