ତିନି ଜିଲ୍ଲା ଗସ୍ତ କରି ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର,୫/୨: ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ ସାରା ରାଜ୍ୟରେ ପାଳିତ ହୋଇଛି ୲ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୂଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ‘ବିଜୁ ଏକ୍ସପ୍ରେସ୍‌ ଓ୍ଵେ’ ଏବଂ ବରଗଡ଼ ଜିଲ୍ଲା ସୋହେଲା ଠାରୁ କଳାହାଣ୍ଡି ଜିଲ୍ଲା ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି ୲ ଏହା ସହିତ ସେ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ୲ ମହିଳା ସଶକ୍ତିକରଣର କର୍ଣ୍ଣଧାର ବିଜୁବାବୁଙ୍କ ଜୟନ୍ତୀ ଅବସରରେ ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ମିସନ ଶକ୍ତି ମା’ମାନଙ୍କୁ ୪୨ କୋଟି ଟଙ୍କାର ଋଣ ସହାୟତା ତଥା ସୁଧ ରିହାତି ମଧ୍ୟ ପ୍ରଦାନ କରିଛନ୍ତି ୲

ଏହି ଅବସରରେ ଆୟୋଜିତ ସମାବେଶଗୁଡ଼ିକରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ବିଜୁ ଏକ୍ସପ୍ରେସ୍‌ ଓ୍ଵେ’ କେବଳ ଏକ ରାସ୍ତା ନୁହେଁ। ଏହା ହେଉଛି ଏ ଅଞ୍ଚଳର ଜୀବନ ରେଖା ୲