ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ, ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା

ଭୁବନେଶ୍ୱର,୨୭/୪: ଆଳିରେ ଡଙ୍ଗା ବୁଡ଼ି ଘଟଣାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଅନକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ଏକ ମାଣିଆ ଘାଟରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବା ଘଟଣାରେ  ଦୁଃଖ ପ୍ରକାଶ କରିଛନ୍ତି ଓ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି।