କେନ୍ଦୁପତ୍ର ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟିର ସହାୟତା ଘୋଷଣା

ଭୁବନେଶ୍ୱର,୫/୫: କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ଖୁସି ଖବର । କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଇଛି । ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ।