କଣ୍ଟାବାଞ୍ଜିରେ ଆୟୁବ ଖାଁ ମଲ୍ଟି ସ୍ପେଶିଆଲିଷ୍ଟ ହସ୍ପିଟାଲ୍ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨/୦୬: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଆୟୁବ ଖାଁ ମଲ୍ଟି ସ୍ପେଶିଆଲିଷ୍ଟ୍ ହସ୍ପିଟାଲ୍ ଉଦଘାଟନ ହୋଇଛି। ଏହାକୁ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ବଲାଙ୍ଗୀର ଜିଲ୍ଲା ବିଶେଷ କରି କଣ୍ଟାବାଞ୍ଜି ଓ ଟିଟିଲାଗଡ ଅଞ୍ଚଳର ଲୋକମାନେ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇ ପାରିବେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଜନନେତା ତଥା ସମାଜସେବୀ ଆୟୁବ ଖାଁଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାରର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏଥି ଆଦର୍ଶରେ ଆମେ କାମ କରୁଛୁ ଏବଂ ସମାଜର ସବୁଠାରୁ ଗରିବ ଲୋକକୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ କାମ କରୁଛୁ ।ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ, ସାଂସଦ ବସନ୍ତ ପଣ୍ଡା, ସାଂସଦ ନିରଞ୍ଜନ ବିଶି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।