ଦୁଇଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆରମ୍ଭ, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯/୧୧: ଭୁବନେଶ୍ୱରରେ ଆଜିଠୁ ଜନତା ମଇଦାନରେ ଦୁଇଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଭଳି ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆୟୋଜନ କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ମୋ ସରକାର ମିଲେଟ୍ ଚାଷ ଲାଗି ୨୫୦୦ କୋଟି ଟଙ୍କା ବିନିଯୋଗ କରୁଛି। ଯୁଗଯୁଗରୁ ପୁଷ୍ଟିଶସ୍ୟ ବା ମିଲେଟ୍‌ ଆମ ଖାଦ୍ୟପେୟର ଏକ ବିଶେଷ ଅଂଶ ହୋଇ ରହିଆସିଛି । ଓଡ଼ିଶାରେ ଏହାକୁ ବିଶେଷତଃ ଆଦିବାସୀ ସମ୍ପ୍ରଦାୟର କୃଷକମାନେ ଚାଷ କରି ଆସୁଛନ୍ତି । ସେମାନଙ୍କ ପାଇଁ ଏହି ମୂଲ୍ୟବାନ ଶସ୍ୟ ଆଜି ବି ବଞ୍ଚି ରହିଛି ଓ ବର୍ତ୍ତମାନର ପିଢି ପାଖରେ ପହଞ୍ଚି ପାରିଛି ।