ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭/୧୧: ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପ ଦୁଇଟି ହେଉଛି–ଇବ୍‌ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଭଷ୍ମା ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୨୬୨.୫୦ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି।ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହାଦ୍ବାରା ପାଞ୍ଚଟି ବ୍ଲକ୍‌ର ଲୋକ ଉପକୃତ ହେବେ।