ମାଲକାନଗିରିରେ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣା, ଶୋକପ୍ରକାଶ ସହ ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫/୧୧: ଆଜି ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ସୂଚନାଯୋଗ୍ୟ ଯେ, ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ଚିତ୍ରକୋଣ୍ଡାରୁ ଯୋଡ଼ାମ୍ବ ଯାଉଥିବା ବେଳେ ହନ୍ତାଳଗୁଡ଼ା ଘାଟିରେ ଓଲଟି ପଡ଼ିଥିଲା ଟିପ୍ପର । ଲୁହା ରଡ଼ ଓ ସିମେଣ୍ଟ ବୋଝେଇ ଟିପ୍ପର ଘାଟି ତଳକୁ ଖସିପଡ଼ିଥିବା ଯୋଗୁଁ ବଡ଼ ଧରଣର ଦୁର୍ଘଟଣା ଘଟିଥିଲା । ଏଥିରେ ୫ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଗୁରୁତରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।