ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକ

ଭୁବନେଶ୍ଵର,୧/୧୨: ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଆଜି ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ। ସେମାନେ ସମସ୍ତେ ଭଲ ଅଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସହୃଦୟତା ପାଇଁ ଧନ୍ୟବାଦ୍ ଦେଇଥିଲେ। ପ୍ରତ୍ୟେକ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ |