ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର୧/୦୧: ନୂଆବର୍ଷରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭେଟି । ବିଜୁ ପଟ୍ଟନାୟକ ଅନ୍ତଜାର୍ତୀୟ ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାରଙ୍ଗ ରତାଗଡ ଲେଙ୍କା ସାହିରେ ଏହି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ନବୀନ । ମେଟ୍ରୋ ପ୍ରକଳ୍ପର ଶୁଭାରମ୍ଭ ପୂର୍ବରୁ ବିଜୁ ପଟ୍ଟାନୟକ ବିମାନ ବନ୍ଦରରୁ ରୋଡ ଶୋରେ ବାହାରି ରତାଗଡ ଲେଙ୍କାସାହିରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ରୋଡ ସୋ ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ୧୨ଟି ସ୍ଥାନରେ ଜୋରଦାର ସ୍ୱାଗତ କରାଯାଇଥିଲା । ଫୁଲ ପକାଇ, ଶଙ୍ଖ ବଜାଇ ସ୍ୱାଗତ କରିଥିଲେ ସାଧାରଣ ଲୋକେ । ମୁଖ୍ୟମନ୍ତ୍ରୀ ଗସ୍ତ ପାଇଁ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ସୁରକ୍ଷାରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆକୁ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ ଗଡିବା ନେଇ ଯୋଜନା କରାଯାଇଛି । ଏହି ମେଟ୍ରୋ ପ୍ରକଳ୍ପରେ ପାଖାପାଖି ୬୨୫୫ କୋଟି ଟଙ୍କା ଖର୍ଚ୍ଚ ହେବ । ୨୬ କିଲୋମିଟରର ଏହି ମେଟ୍ରୋ ରେଳ ପଥ ପାଇଁ ୨୦ଟି ଷ୍ଟେସନ ରହିବ । ଏହି ମେଟ୍ରୋ ପ୍ରକଳ୍ପକୁ ଆଗାମୀ ଦିନରେ କଟକ, ପୁରୀ, ଖୋର୍ଦ୍ଧାକୁ ସମ୍ପ୍ରସାରିତ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।