୧୬ଟି ବିଭାଗରେ ୭୫୧୯ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ରାଜ୍ୟରେ ଜିଲ୍ଲା, ବ୍ଲକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ପୁରାତନ ଛାତ୍ର କମିଟି, ଗ୍ରାମ ପଞ୍ଚାୟତ, ଶିକ୍ଷା ଅଧିକାରୀ, ଜିଲ୍ଲା, ବ୍ଲକ ସମସ୍ତଙ୍କ ଅବଦାନ ପାଇଁ ମିଳିଛି “ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର”। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି।ବ୍ୟକ୍ତିଗତ ଓ ଆନୁଷ୍ଠାନିକ ଦୁଇଟି ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଛି। ସମୁଦାୟ ୧୩୮ କୋଟି ଟଙ୍କାର ୧୬ଟି ବିଭାଗରେ ୭୫୧୯ ଟି ପୁରସ୍କାର ପ୍ରଦାନ କରାଯାଇଛି।

ବ୍ୟକ୍ତିଗତ ପୁରସ୍କାର (ମାଧ୍ୟମିକ) ବର୍ଗରେ ମାଟ୍ରିକ ପରୀକ୍ଷାରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୨୦୨୭ ଜଣ ମେଧାବୀ ଛାତ୍ରଛାତ୍ରୀ, ୭୦୦ ଶିକ୍ଷକ ଶିକ୍ଷୟତ୍ରୀ, ୪୧୯ ଜଣ ପ୍ରଧାନ ଶିକ୍ଷକ, ୫୮ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ୧୦ ଜଣ ଗୋଷ୍ଠୀ ଶିକ୍ଷା ଅଧିକାରୀ, ୩ ଜଣ ଜିଲ୍ଲା ଶିକ୍ଷା ଅଧିକାରୀ ପୁରସ୍କାର ପାଇଛନ୍ତି।

ସେହିପରି ବ୍ୟକ୍ତିଗତ ପୁରସ୍କାର (ପ୍ରାଥମିକ) ବର୍ଗରେ ୩୫୦ ଜଣ ପ୍ରଧାନ ଶିକ୍ଷକ ଓ ୩୧୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପୁରସ୍କାର ପାଇଛନ୍ତି।