ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ଏଣିକି ବୁଣାକାର ଓ ହସ୍ତ ଶିଳ୍ପ କାରିଗର ପାଇବେ ଭତ୍ତା

ଭୁବନେଶ୍ୱର,୧୪/୦୨: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତ ଶିଳ୍ପ କାରିଗର ମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନୂଆ ଯୋଜନା । ଏହି ଯୋଜନାରେ ୪୦ ବର୍ଷରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ମହିଳା ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର, ଏବଂ ୫୦ ରୁ ୮୦ ବର୍ଷ ବୟସ ମଧ୍ୟରେ ଥିବା ପୁରୁଷ ବୁଣାକାର ଓ ବୁଣା କାର୍ଯ୍ୟରେ ନିୟୋଜିତ ସହାୟକ ଏବଂ ହସ୍ତଶିଳ୍ପ କାରିଗର ମାନଙ୍କୁ ମାସିକ ୨୦୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ସେହିପରି ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ବୁଣାକାର ଓ ବୁଣା କାର୍ୟ୍ୟରେ ନିୟୋଜିତ ସହାୟକ ଏବଂ ବରିଷ୍ଠ ହସ୍ତଶିଳ୍ପ କାରିଗରମାନଙ୍କୁ (ଉଭୟ ମହିଳା ଓ ପୁରୁଷ) ମାସିକ ୨୫୦୦ ଟଙ୍କାର ଆର୍ଥିକ ସହାୟତା ଯୋଗାଇଦିଆଯିବ ।