ନୂତନ ବର୍ଷ ୨୦୨୩ ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧/୧: ନୂତନ ବର୍ଷ ୨୦୨୩ ଉପଲକ୍ଷେ ରାଜ୍ୟବାସୀଙ୍କ ସୁଖ ସମୃଦ୍ଧି କାମନା କରିବା ସହ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆବର୍ଷ ଅବସରରେ ଆପଣମାନଙ୍କୁ ମୋର ଶୁଭେଚ୍ଛା ଓ ଅଭିନ୍ଦନ। ନୂଆବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ଓ ସମୃଦ୍ଧି, ସୁଯୋଗ ଓ ସମ୍ଭାବନାର ବର୍ଷ ହେଉ। ମହାପ୍ରଭୁଙ୍କ ନିକଟରେ ଏତିକି ନିବେଦନ।