୩୦ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮/୦୪:ଆସନ୍ତା ୩୦ ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହିଞ୍ଜିଳି ବିଧାନସଭା ଆସନ ପାଇଁ ନବୀନ ଛତ୍ରୁପୁରରେ ପ୍ରାର୍ଥୀପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ନବୀନ ତାରା ତାରିଣୀ ମନ୍ଦିରରେ ପୂଜାର୍ଚ୍ଚନା କରିବେ । ଏହାପରେ ଛତ୍ରୁପୁରରେ ଥିବା ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ନାମାଙ୍କନ ପତ୍ର ଦାଖଲ କରିବେ । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଜେଡି ନେତା ଭି.କେ ପାଣ୍ଡିଆନ୍ ଉପସ୍ଥିତ ରହିବେ   । ଚଳିତ ଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି । ହିଞ୍ଜିଳି ସହିତ କଂଟାବାଞ୍ଝିରୁ ବିଧାୟକ ପ୍ରାର୍ଥୀ ହୋଇଛନ୍ତି ନବୀନ ପଟ୍ଟନାୟକ ।