କେନ୍ଦୁଝରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯/୦୫: କେନ୍ଦୁଝରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରି ଭୋଟ୍ ମାଗିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଜନସଭାକୁ ସମ୍ବୋଧିତ କରି ପ୍ରଥମେ ଖରାରେ ଆସିଥିବା ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଆପଣମାନେ ମତେ କୁହନ୍ତୁ ବିଏସକେୱାଇ ଭଲ କି ? ମିଶନ ଶକ୍ତି ଭଲ କି ? ମମତା ଯୋଜନା ଭଲ କି ? ଫାଇଭ-ଟି ସ୍କୁଲ ଭଲ କି ? ନବୀନ ପଟ୍ଟନାୟକ ଭଲ କି ? ବୋଲି ଜନତାଙ୍କୁ ପ୍ରଶ୍ନ କରିଥିଲେ ମୁଖ୍ୟମନ୍ତ୍ରୀ । ତେବେ ନବୀନଙ୍କ ପ୍ରଶ୍ନ ପରେ ଲୋକଙ୍କ ହଁ ଉତ୍ତରରେ ସଭାସ୍ଥଳ କମ୍ପିଛି ।ସେପଟେ ଜୁଲାଇରୁ ବିଜୁଳି ବିଲ୍ ଆସିବ ନାହିଁ, ବିଜୁ ଜନତା ଦଳ ସରକାର ବିଜୁଳି ମାଗଣା ଦେବେ, ଆପଣମାନେ ଖୁସି ତ ? ବୋଲି କହି ଦଳୀୟ ପ୍ରାର୍ଥୀଙ୍କୁ ଆଶୀର୍ବାଦ ଦେବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଏହାସହ ନିଜ ଭାଷଣରେ ବିରୋଧୀଙ୍କୁ ପୁଣି ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳର ନେତା ମିଛ କଥା କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ।