ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ଅଘଟଣ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦/୦୫: ପୁରୀରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ଅଘଟଣ ଘଟିଛି । ନରେନ୍ଦ୍ର ପୁଷ୍କରିଣୀ ନିକଟରେ ବାଣ ବିସ୍ଫୋରଣ ଘଟି ଜଣଙ୍କ ମୃତ୍ୟୁ ଓ ୩୫ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୩ ଜଣ ଶିଶୁ ଗୁରୁତର ଥିବା ସୂଚନା ମିଳିଛି । ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପୁରୀ ମେଡିକାଲକୁ ନିଆଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ପ୍ରାୟ ୨୮ ଜଣଙ୍କୁ କଟକ ଓ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ଅଘଟଣ ବିଷୟରେ ଦୁଃଖ ପ୍ରକଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରୁଛି।