ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୦/୦୪: ରାଜ୍ୟରେ ଏବେ ନିର୍ବାଚନୀ ମାହୋଲ । ଏହାରିମଧ୍ୟରେ ଆଜି ହିଞ୍ଜିଳି ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ, ବିଜେଡି ନେତା ଭି.କେ ପାଣ୍ଡିଆନ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସ୍କା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ଏବଂ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଜେଡି ପ୍ରାର୍ଥୀଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ । ଛତ୍ରପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କପତ୍ର ଦାଖଲ କରିଛନ୍ତି । ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ମା’ ତାରାତାରିଣୀଙ୍କ ଦର୍ଶନ କରି ସେ ଆଶୀର୍ବାଦ ନେଇଥିଲେ ।  ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟରେ ହିଞ୍ଜିଳି ଆସନ ପାଇଁ ମତଦାନ ହେବାକୁ ରହିଛି । ଚଳିତ ଥର ୨ଟି ଆସନ ହିଞ୍ଜିଳି ସମେତ କଣ୍ଟାବାଂଜି ଆସନରୁ ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସୁପ୍ରିମୋ ।