ରାଜ୍ୟପାଳଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ୨୩/୧୧: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଆଜି ପରଲୋକ ଘଟିଛି। ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏହାସହ ସେ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି। ସୁଶୀଳା ଦେବୀ ଜଣେ ଧର୍ମପରାୟଣା ଓ ପରୋପକାରୀ ମହିଳା ଥିଲେ। ଭଗବାନ ତାଙ୍କ ଅମର ଆତ୍ମାକୁ ଶାନ୍ତି ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।