କାରଲାପାଟରେ ହାତୀ ମୃତ୍ୟୁ ଘଟଣା, ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫/୨: କଳାହାଣ୍ଡି କାରଲାପାଟରେ ହାତୀ ମୃତ୍ୟୁ ଘଟଣାରେ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିିିଛନ୍ତି। ଏହାସହ ଜାତୀୟ ସ୍ତରର ବିଶେଷଜ୍ଞ ମାନଙ୍କ ପରାମର୍ଶ ନେଇ ହାତୀ ମୃତ୍ୟୁ ରୋକିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ଏହାସହ ଅଭୟାରଣ୍ୟ ଓ ତାର ଆଖପାଖ ଅଞ୍ଚଳରେ ଥିବା ଗ୍ରାମ ଗୁଡିକରେ ଥିବା ଗୃହପାଳିତ ପଶୁମାନଙ୍କର ଟୀକାକରଣ ସୁନିଶ୍ଚିତ କରିବାପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ, ଡିଏଫଓ ଓ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଭୟାରଣ୍ୟରେ ଥିବା ସମସ୍ତ ଜଳାଶୟ ଗୁଡିକୁ ତୁରନ୍ତ ବିଶୋଧନ କରିବା ଏବଂ ଜଳର ନମୂନା ତୁରନ୍ତ ପରୀକ୍ଷା କରିବା ସହିତ ନିୟମିତ ପରୀକ୍ଷା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଏହି ବୈଠକରେ ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ମୋନା ଶର୍ମା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ, ଜଙ୍ଗଲ ବିଭାଗର ବରିଷ୍ଠ ଅଫିସର ମାନେ ଉପସ୍ଥିତ ଥିଲେ । ଅନ୍ୟପଟେ କଳାହାଣ୍ଡିରୁ PCCF ଏବଂ ଜିଲ୍ଲାପାଳ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଗ ଦେଇଥିଲେ ।