ପିପିଲି କଂଗ୍ରେସ ପ୍ରାର୍ଥୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨/୦୪: ଆଜି ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ  ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ସହ ଫୋନରେ କଥା ହୋଇ ସେ ଅଜିତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଗତ ୧୦ ତାରିଖ ଦିନ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଅଜିତ ଚିକିତ୍ସିତ ହେଉଛନ୍ତି ।

ଉଲ୍ଲେଖ ଯୋଗ୍ୟ ଯେ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପିପିଲି ଆସନ ଖାଲି ପଡ଼ିଥିବାରୁ ସେଠାରେ ଉପନିର୍ବାଚନ ହେଉଛି। ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ହେବ।