ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର, ୨୨/୪: ଦେଶରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢିଚାଲିଛି। ଏହାରି ମଧ୍ୟରେ କୋଭିଡ ସ୍ଥିତି ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ସହ କଥା ହେବା ପରେ ସଂକଟ ସମୟରେ ଦିଲ୍ଲୀକୁ ସହଯୋଗର ହାତ ବଢ଼ାଇଛନ୍ତି ମୁଖ୍ୟମନ୍ତ୍ରୀ । ଦିଲ୍ଲୀକୁ ଅକ୍ସିଜେନ କ୍ଷେତ୍ରରେ ସମ୍ପୂର୍ଣ୍ଣ ସହଯୋଗ କରିବ ଓଡ଼ିଶା।ଏଥିପାଇଁ ଜଣେ ଅଫିସରଙ୍କୁ ଦାୟିତ୍ବ ଦିଆଯାଇଛି। ଅନ୍ୟପଟେ ଓଡ଼ିଶାର ସହଯୋଗ ପାଇଁ ନବୀନଙ୍କୁ କୃତଜ୍ଞତା ଜଣାଇଛନ୍ତି କେଜରିୱାଲ ।