ପୁରୀ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ ଟ୍ବିଟ୍

ପୁରୀ, ୮/୨: ପୁରୀ ଗସ୍ତ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟ୍ବିଟ୍ କରିଛନ୍ତି। ସେ କହିଛନ୍ତି ଯେ ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ ନେଇ ଉତ୍ସାହିତ ଅଛନ୍ତି। ସବୁ ତାଙ୍କରି ଇଚ୍ଛା ଓ ଜୟ ଜଗନ୍ନାଥ କହିିିଛନ୍ତି ମୁଖ୍ୟମନ୍ତ୍ରୀ।

ଉଲ୍ଲେଖ ଯୋଗ୍ୟ ଯେ ଆଜି ପୁରୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିର ପରିଦର୍ଶନ ସହ ମହାପ୍ରଭୁଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । କୋଭିଡ ମହାମାରୀ ପରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କୁ ସେ ଦର୍ଶନ କରିବେ । ପୁରୀ ତାଳବଣିଆ ହେଲିପ୍ୟାଡ୍‌ରେ ୧୧ଟାରେ ମୁଖ୍ୟମନ୍ତ୍ରୀ ପହଞ୍ଚିବେ ବୋଲି ସୂଚନା ମିଳିଛି। ଏହାପରେ ସେ ୧୧ଟା ୧୫ରେ ଶ୍ରୀମନ୍ଦିରରେ ପହଞ୍ଚିବେ ।ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଏସ୍‌ପି । ସେହିପରି ଶ୍ରୀମନ୍ଦିର ନୀତିକାନ୍ତିର ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ।