ଆସନ୍ତାକାଲି ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫ା୧୦: ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ ବୋଲି ଜଣାପଡ଼ିଛି । ଏହାସହ ଓଡ଼ିଶାବାସୀଙ୍କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁ ବେଳେ ଋଣି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଜନ୍ମ ଦିନରେ ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା ସହ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।