କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫/୩: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।କଟକ-ଅନୁଗୁଳ-ସମ୍ବଲପୁର ଜାତୀୟ ରାଜପଥ ୫୫ କାମ ତୁରନ୍ତ ସାରିବା ପାଇଁ ଚିଠି ଲେଖିଛନ୍ତି । ସେହି ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ ୨୦୧୭ରୁ ଜାତୀୟ ରାଜପଥ ୫୫ର କାମ ଜାତୀୟ ରାଜପଥ ପ୍ରାଧିକରଣ କରୁଛି। ଇତିମଧ୍ୟରେ ୫ ବର୍ଷ ବିତି ଯାଇଥିଲେ ମଧ୍ୟ ଏହି କାର୍ଯ୍ୟ ସରୁନି। ଜାତୀୟ ରାଜପଥ ୫୫ ପଶ୍ଚିମ ଓଡ଼ିଶାର ଜୀବନରେଖା। ଲକ୍ଷ ଲକ୍ଷ ଲୋକ ଏହି ରାସ୍ତା ଉପରେ ନିର୍ଭର କରୁଛନ୍ତି। ଦୁଇ ବର୍ଷ ମଧ୍ୟରେ ଏହି ଜାତୀୟ ରାଜପଥରେ ୩୯୯ଟି ଦୁର୍ଘଟଣା ଘଟିଛି। ସେଥିରେ ୧୯୬ ଜଣଙ୍କର ଜୀବନ ଯାଇଛି। ଏହି କାରଣରୁ କଟକ-ଅନୁଗୁଳ-ସମ୍ବଲପୁର ଜାତୀୟ ରାଜପଥ ୫୫ର କାମରେ ହସ୍ତକ୍ଷେପ କରି ଏ ରାସ୍ତା କାମ ତୁରନ୍ତ ସାରିବା ପାଇଁ କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଚିଠି ଲେଖି ଅନୁରୋଧ କରିଛନ୍ତି।