ଶୀତରେ ଥରୁଛି ସାରା ଓଡ଼ିଶା, ୫.୬ ଡିଗ୍ରୀ ତାପମାତ୍ରା ସହ ସେମିଳିଗୁଡ଼ା ରାଜ୍ୟର ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର,୨୯/୧୧: ଶୀତରେ ଥରୁଛି ସାରା ଓଡ଼ିଶା । ୫.୬ ଡିଗ୍ରୀ ତାପମାତ୍ରା ସହ କୋରାପୁଟର ସେମିଳିଗୁଡ଼ା ରାଜ୍ୟର ସବୁଠୁ ଥଣ୍ଡା ସହର । ୧୦ ଡିଗ୍ରୀ ତଳେ ରାଜ୍ୟର ୯ଟି ସହର । କନ୍ଧମାଳ ଜି. ଉଦୟଗିରିରେ ରାତି ତାପମାତ୍ରା ୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଫୁଲବାଣୀରେ ୮.୫ ଡିଗ୍ରୀ , କେନ୍ଦୁଝର, ଦାରିଙ୍ଗବାଡ଼ି, ସୁନ୍ଦରଗଡ଼ର କିରେଇ ଓ କୋରାପୁଟରେ ୯.୫ ଡିଗ୍ରୀ , ସମ୍ବଲପୁର ଜିଲ୍ଲା ଚିପିଲିମାରେ ୯.୮ ଡିଗ୍ରୀ ଓ ଭବାନୀପାଟଣାରେ ୧୦ ଡିଗ୍ରୀ ରେକର୍ଡ ହୋଇଛି । ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟର ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ଆଜିଠାରୁ ରାଜ୍ୟରେ କୁହୁଡ଼ି ପଡ଼ିବାର ସମ୍ଭାବନା କମ୍‌ । ପାଗ ଖରାଟିଆ ଓ ଆକାଶ ନିର୍ମଳ ରହିବ। ଏଥିସହ ଆସନ୍ତା ୩ ତାରିଖରୁ ରାଜ୍ୟରେ ଶୀତ ପ୍ରକୋପ ବଢ଼ିବ ଓ ଶୀତ ଲହରି ପ୍ରବାହିତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।