ଶୀତ ଲହରୀ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୩୦/୧: ରାଜ୍ୟରେ ଏବେ ଶୀତ ଲହରୀ ଜାରି ରହିଛି ଓ ଏବେ ପାଗ ମଧ୍ୟ ଶୁଖିଲା ରହିଛି। ଏହାରିମଧ୍ୟରେ ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଆସୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ରାଜ୍ୟରେ ଆହୁରି ୧୬ ଘଣ୍ଟା ଲାଗି ରହିବ ଶୀତ ଲହରି। ତେଣୁ ଏହାକୁ ନେଇ ଆସନ୍ତାକାଲି ସକାଳ ଯାଏ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର ଓ କଳାହାଣ୍ଡି ।