୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୫/୨: ଦୁର୍ନୀତିଗ୍ରସ୍ତ ଓ ଅପରାଗଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଆଜି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେମାନଙ୍କ ମଧ୍ୟରେ ରହିଛନ୍ତି ଜଣେ ପୋଲିସ ଡିଏସପି, ଜଣେ ଓଏଏସ, ଜଣେ ଇନ୍ସପେକ୍ଟର ଓ ଦୁଇ ଜଣ ମ୍ୟୁନିସିପାଲଟି ଏକଜିକ୍ୟୁଟିଭ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ୧୫୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

ଏହି ୫ ଜଣଙ୍କ ମଧ୍ୟରୁ କଳାହାଣ୍ଡି ଜିଲ୍ଲା ମହିଳା ବିରୋଧୀ ଅପରାଧ ତଦନ୍ତ କେନ୍ଦ୍ରରେ ଡି.ଏସ୍‌.ପି ଭାବରେ ନିଯୁକ୍ତ ଓଡିଶା ପୋଲିସ ସେବା ଅଧିକାରୀ ରବିନ୍ଦ୍ର କୁମାର ସେଠୀ, ସୁନ୍ଦରଗଡ ଜିଲ୍ଲା ବଣାଇର ପୂର୍ବତନ ତହସିଲଦାର ଓଏଏସ୍‌ ଅଧିକାରୀ ସୁଶୀଲ କୁମାର କୁଜୁର,ବଲାଙ୍ଗୀର ଜିଲ୍ଲା ବଙ୍ଗମୁଣ୍ଡାର ପୋଲିସ ଇନ୍‌ସପେକ୍ଟର ବିନୋଦ ବିହାରୀ ନାୟକ, ଭଦ୍ରକ ଜିଲ୍ଲା ବାସୁଦେବପୁର ମ୍ୟୁନିସପାଲଟିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ତାପସ ରଞ୍ଜନ ଜେନା ଓ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଏନଏସିର ପୂର୍ବତନ ଏକଜିକ୍ୟୁଟିଭ ଅଫିସର ବିଜୟକୃଷ୍ଣ ନାୟକଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।