ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶିତ

ଭୁବନେଶ୍ୱର,୧୫/୯: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ପ୍ରଭାରୀ ଚେଲ୍ଲାକୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ରୁଦ୍ର ରାଜୁ, ବିଧାୟକ ଦଳ ନେତା ନରସିଂହ ମିଶ୍ର, ଚିରଞ୍ଜୀବ ବିଶ୍ବାଳ, ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ, ବିପିନ ଦାସ, ରାମଚନ୍ଦ୍ର ଖୁଣ୍ଟିଆ, ଜୟଦେବ ଜେନା, ଶରତ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ସପ୍ତଗିରି ଉଲାକା, ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ଅଧିରାଜ ମୋହନ ପାଣିଗ୍ରାହୀ
ବିଜୟଲକ୍ଷୀ ସାହୁ, ଗଣେଶ୍ବର ବେହେରା, ବନ୍ଦିତା ପରିଡ଼ା, ସତ୍ୟପ୍ରକାଶ ନାୟକ ଅଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ ସେପ୍ଟେମ୍ବର ୩୦ରେ ପୁରୀର ପିପିଲି ଆସନ ପାଇଁ ଉପନିର୍ବାଚନ ହେବ। ଏହାପରେ ଅକ୍ଟୋବର ୩ରେ ଭୋଟ ଗଣତି ହେବ । କରୋନା ପାଇଁ ନିର୍ବାଚନ ବନ୍ଦ ରଖାଯାଇଥିଲା।