ବିଧାନସଭା ଘେରାଉ କରିବ କଂଗ୍ରେସ, ୮୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ସହ ଟ୍ରାଫିକ କଟକଣା ଜାରି

ଭୁବନେଶ୍ୱର,୨୭/୦୩: ଆଜି କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ କରି ଆନ୍ଦୋଳନ କରିବା ନେଇ ସୂଚନା ରହିଛି । ତେଣୁ ଏଥି ପାଇଁ ପୋଲିସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆନ୍ଦୋଳନକାରୀଙ୍କୁ ରୋକିବାକୁ ୮୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଧାନସଭାକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାରେ ପୋଲିସ ମୁତୟନ ହେବା ସହ ରାସ୍ତାକୁ ସିଲ୍‌ କରାଯାଇଛି। ଯେଭଳି କୌଣସି ଅପ୍ରୀତିକର ପରିସ୍ଥିତ ନ ଉପୁଜେ ସେନେଇ ଏବେଠୁ ସଜାଗ ହୋଇଛି ପୋଲିସ। ପୂର୍ବଠାରୁ ଅଧିକ ସିସି କ୍ୟାମେରା ଲଗାଯାଇଛି। କିଛି ଗଳି ରାସ୍ତାକୁ ମଧ୍ୟ ବନ୍ଦ କରାଯାଇଛି। ସେହିପରି ଆନ୍ଦୋଳନକୁ ଦୃଷ୍ଟିରେ ରଖି ଟ୍ରାଫିକ୍ କଟକଣା ମଧ୍ୟ ଜାରି କରିଛି ପୋଲିସ।

ରାଜମହଲରୁ ରୂପାଲି ଓ ରୂପାଲିରୁ ରାଜମହଲ ରାସ୍ତା, ଏଜିରୁ କେଶରୀ ଟକିଜ୍ ଛକ ରାସ୍ତା, ରବୀନ୍ଦ୍ର ମଣ୍ଡପରୁ ୧୨୦ ବାଟାଲିୟନ୍ ରାସ୍ତାରେ ଟ୍ରାଫିକ କଟକଣ ଲାଗୁ ହୋଇଛି । ସକାଳ ୯ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଏହି ଟ୍ରାଫିକ୍ କଟକଣା ଜାରି ରହିଛି । ଏହି ସମୟରେ ରାସ୍ତାରେ କେହି ଯିବା ଆସିବା କରିବେ ନାହିଁ । ସାଢେ ୯ଟା ସୁଦ୍ଧା ଅଫିସ ଆସିବାକୁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *