ଭିଜିଲାନ୍ସ ଜାଲରେ ଡିଭିଏଫ କନଷ୍ଟେବଳ

ଭୁବନେଶ୍ୱର,୧/୧୧: ଲାଞ୍ଚ ନେବା ପଡିଲା ମହଙ୍ଗା। ବୌଦ୍ଧ ଜିଲ୍ଲା ସଦର ଥାନା ଅଧୀନ ବଘିଆପଡ଼ା ଫାଣ୍ଡିର ଡିଭିଏଫ କନଷ୍ଟେବଳଙ୍କ ପାଖରୁ ଭିଜିଲାନ୍ସ ବିଭାଗ  ୬ ଲକ୍ଷ ଟଙ୍କା ସହ ପିସ୍ତଲ ଜବତ କରିଛି। ସୂଚନା ଅନୁସାରେ ବଘିଆପଡା ଫାଣ୍ଡି ସରକାରୀ ପୁଲିସ କ୍ୱାର୍ଟର ନିକଟରୁ ଆଜି ବୌଦ୍ଧ ଭିଜିଲାନ୍ସ ବିଭାଗ ଡିଭିଏଫ କନେଷ୍ଟବଳ ହରିକ୍ରିଷ୍ଣ ସାହୁଙ୍କୁ ଗିରଫ କରିଛି। ସେ ଜଣଙ୍କ ଠାରୁ ୬ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଗଞ୍ଜେଇ ଗଛ ନଷ୍ଟ ନ କରିବା ତଥା ଗଞ୍ଜେଇ ଚାଷକୁ ସୁରକ୍ଷା ଦେବା ପାଇଁ ଟଙ୍କା କାରବାର ହୋଇଥିଲା ବୋଲି କୁହାଯାଉଛି।