ରାଜ୍ୟରେ ଆଜି ୭୧୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୯/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୭୧୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୦୨୬ ଓ ସ୍ଥାନୀୟ ଅଞ୍ଚଳରୁ ୩୧୬୨ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୪୭,୧୪୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୬ଲକ୍ଷ ୪୭ ହଜାର ୧୩୩ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୧,୭୨,୦୭୧ ଜଣ ଚିକିତ୍ସାଧୀନ ଅଛନ୍ତି।