ସାଂଘାତିକ ସ୍ଥିତି : ରାଜଧାନୀ ଭୁବନେଶ୍ବରରୁ ଆଜି ୭୦୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬/୪: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୬୫୯୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୭୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୭୦୮ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୧ ଓ ସ୍ଥାନୀୟ ଅଞ୍ଚଳରୁ ୫୫୭ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୩୫୦ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୬୨୮କୁ ବୃଦ୍ଧି ପାଇଛି। ୩୪,୮୮୪ ଜଣ ସୁସ୍ଥ ହୋଇଥିବା ବେଳେ ୨୫୫ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୫୪୬୮ ଆକ୍ଟିିିଭ କେସ ରହିଛି।