ବଡ଼ ଖବର: ଓଡିଶାକୁ ଫେରିଲା କରୋନା

ଭୁବନେଶ୍ୱର,୨୩/୧୨: ପୁଣି ଓଡିଶାକୁ ଫେରିଲା କରୋନା । ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବ୍ୟକ୍ତି ଜଣକ ସୁସ୍ଥ ଅଛନ୍ତି । ଏହାସହ ସେ ଡାକ୍ତରଖାନା ଯାଇନଥିବା ସୂଚନା ଦେଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ତେବେ ଦେଶକୁ ପୁଣି ଥରେ କରୋନାର ନୂୁଆ ଭାରିଆଣ୍ଟ ଆସିଥିବାବେଳେ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ସବୁ ରାଜ୍ୟକୁ ଆଲର୍ଟ କରିଛନ୍ତି । କେବଳ ଭାରତ ନୁହେଁ ସାରା ବିଶ୍ୱରେ ମାମଲା ଦ୍ରୁତ ଗତିରେ ବଢ଼ିଚାଲିଛି । ବିଶ୍ୱରେ ଗୋଟିଏ ମାସରେ କୋଭିଡ କେସ୍ ୫୨ ପ୍ରତିଶତ ବଢ଼ିଛି । ଏହି ସମୟ ଭିତରେ ବିଶ୍ୱରେ ସାଢ଼େ ୮ ଲକ୍ଷ ନୂଆ ମାମଲା ଚିହ୍ନଟ ହୋଇଥିବା ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପକ୍ଷରୁ ସୂଚନା ଦିଆଯାଇଛି ।