ରାଜଧାନୀ ଭୁବନେଶ୍ବରରୁ ଆଜି ୧୨୯୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୨/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୦,୯୮୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୧୨୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୨୯୪ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୩ ଓ ସ୍ଥାନୀୟ ଅଞ୍ଚଳରୁ ୧୧୩୧ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୮୦୩ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୭,୦୬୬ କୁ ବୃଦ୍ଧି ପାଇଛି। ୪୫,୫୮୧ଜଣ ସୁସ୍ଥ ହୋଇଥିବା ବେଳେ ୨୮୬ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୧୧୭୮ ଆକ୍ଟିିିଭ କେସ ରହିଛି।