ଭୁବନେଶ୍ୱରରେ ଆଜି ଆଉ ୧୦୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୩/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୨,୮୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୧୦୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୧୦୪୧ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୧ ଓ ସ୍ଥାନୀୟ ଅଞ୍ଚଳରୁ ୮୯୦ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୯୪୧ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୮,୯୯୭କୁ ବୃଦ୍ଧି ପାଇଛି। ୫୫,୮୧୦ ଜଣ ସୁସ୍ଥ ହୋଇଥିବା ବେଳେ ୩୧୪ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୮୫୨ ଆକ୍ଟିିିଭ କେସ ରହିଛି।