ଭୁବନେଶ୍ୱରରେ ଆଜି ଆଉ ୯୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୪/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୧,୦୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୯୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୯୦୫ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୫ ଓ ସ୍ଥାନୀୟ ଅଞ୍ଚଳରୁ ୭୬୦ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୧୦୨୧ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୯,୯୦୨କୁ ବୃଦ୍ଧି ପାଇଛି। ୫୬,୮୩୧ ଜଣ ସୁସ୍ଥ ହୋଇଥିବା ବେଳେ ୩୧୮ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୭୩୨ ଆକ୍ଟିିିଭ କେସ ରହିଛି।