ରାଜ୍ୟରେ ଆଜି ୧୦,୯୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦,୯୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୧୪୯ ଓ ସ୍ଥାନୀୟ ଅଞ୍ଚଳରୁ ୪୮୩୩ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୬୫,୬୪୮କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୪ ଲକ୍ଷ ୬୫ ହଜାର ୧୩୩ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୯୮,୨୩୦ ଜଣ ଚିକିତ୍ସାଧୀନ ଅଛନ୍ତି।