ଦେଶରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା: ୨୪ଘଣ୍ଟାରେ ୪୮,୬୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୫୬୩ ମୃତ

ନୂଆଦିଲ୍ଲୀ, ୩୦/୧୦: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୪୮,୬୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୬୩ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦,୮୮,୮୫୧ କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨୧୦୯୦ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୩,୭୩,୩୭୫ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୫,୯୪,୩୮୬ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି ।