ଭୁବନେଶ୍ୱରରେ ଆଜି ଆଉ ୯୮୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୪/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୯୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୯୮୮ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୬ ଓ ସ୍ଥାନୀୟ ଅଞ୍ଚଳରୁ ୮୨୨ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୭୭୭ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୯,୧୬୩କୁ ବୃଦ୍ଧି ପାଇଛି। ୪୭,୪୩୫ ଜଣ ସୁସ୍ଥ ହୋଇଥିବା ବେଳେ ୨୮୯ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୧୪୧୮ ଆକ୍ଟିିିଭ କେସ ରହିଛି।