୨୪ଘଣ୍ଟାରେ ୫୩,୩୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଓ ୬୫୦ ମୃତ

ନୂଆଦିଲ୍ଲୀ, ୨୪/୧୦: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ୫୩,୩୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୧୪, ୬୮୨ କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୧୭,୯୫୬ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୦,୧୬,୦୪୬ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୬,୮୦,୬୮୦ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି ।