ଭୁବନେଶ୍ୱରରେ ଆଜି ଆଉ ୯୧୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୬/୫: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୧୧,୬୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୯୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୯୧୯ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୭୬୬ ରୋଗୀ ଚିହ୍ନଟ ହୋଇଛନ୍ତି।ସେହିପରି ଆଜି ୧୦୧୯ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧,୮୮୩କୁ ବୃଦ୍ଧି ପାଇଛି। ୫୮,୮୪୬ ଜଣ ସୁସ୍ଥ ହୋଇଥିବା ବେଳେ ୩୨୫ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୨୬୯୧ ଆକ୍ଟିିିଭ କେସ ରହିଛି।