ଭୁବନେଶ୍ୱରରେ ଆଜି ଆଉ ୯୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨/୬: ରାଜ୍ୟରେ ଏବେ ହୁ ହୁ ହୋଇ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଆଜି ଓଡ଼ିଶାରେ ୮୩୩୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ତନ୍ମଧ୍ୟରୁ ରାଜଧାନୀ ଭୁବନେଶ୍ୱରରୁ ୯୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ୯୧୮ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୬୯ ଓ ସ୍ଥାନୀୟ ଅଞ୍ଚଳରୁ ୭୪୯ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ୧୧୦୨ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି। ଏହାସହ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୭୭,୬୭୬କୁ ବୃଦ୍ଧି ପାଇଛି। ୬୬,୩୨୪ ଜଣ ସୁସ୍ଥ ହୋଇଥିବା ବେଳେ ୩୪୩ ଜଣଙ୍କର ମୃତ୍ୟୁ ଘଟିଛି ଓ ଏବେ ଭୁବନେଶ୍ୱର ରେ ୧୦,୯୮୮ ଆକ୍ଟିିିଭ କେସ ରହିଛି।