ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୫୪ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୦/୪: ଦେଶରେ ଏବେ କରୋନା ସଂକ୍ରମଣ ହାର କମ ଅଛି । ଏହାରି ମଧ୍ୟରେ ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୦୫୪ କରୋନାର ନୂତନ ସଂକ୍ରମଣ ଓ ୨୯ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୦୫୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୩୫,୨୭୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୬୮୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୨୫୮ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୦୨,୪୫୪। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୧୩୨।