ଦେଶରେ ପୁଣିଥରେ ମାଡି ଚାଲିଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୨,୦୦,୭୩୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୫/୪: ଦେଶରେ ଧିରେ ଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା  ପୁଣିଥରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ୨,୦୦,୭୩୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୩୮ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪୦ ଲକ୍ଷ ୭୪ ହଜାର ୫୬୪କୁ ବୃଦ୍ଧି ପାଇଛି ଓ କରୋନା ଜନିତ ମୃତ୍ୟୁସଂଖ୍ୟା ୧,୭୩,୧୨୩ ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧,୨୪,୨୯,୫୬୪ ସୁସ୍ଥ ହୋଇଛନ୍ତି । କିନ୍ତୁ ଏବେ ବି ବିଭିନ୍ନ ହସ୍ପିଟାଲରେ ୧୪,୭୧,୮୭୭ ଜଣ କରୋନା ରୋଗୀ ଚିକିତ୍ସାଧୀନ ରହିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।