ଦେଶରେ ଦିନକରେ ୪୨ ହଜାର ୭୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୫/୯: ଦେଶରେ ଗତ ୨୪ ଘଣ୍ଟା ଭିତରେ ୪୨ ହଜାର ୭୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦେଶରେ ଏବେ ସୁଦ୍ଧା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୮,୬୭୩୭କୁ ବୃଦ୍ଧି ପାଇଛି । ସେହିପରି ଆଜି ୩୦୮ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାସହ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୦ ହଜାର ୫୩୩ ରେ ପହଁଚିଛି । ଏବେ ସୁଦ୍ଧା ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୩ କୋଟି ୨୧ ଲକ୍ଷ ୩୮ ହଜାର ୦୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ମୋଟ ଆକ୍ଟିଭ କେସ୍ ୪ ଲକ୍ଷ ୧୦ ହଜାର ୦୪୮ ରହିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।