ରାଜ୍ୟରେ ଆଜି ୧୧,୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୬/୫: ରାଜ୍ୟରେ ପୁଣିଥରେ  ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୧,୬୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୫୦୯ ଓ ସ୍ଥାନୀୟ ଅଞ୍ଚଳରୁ ୫୧୧୪ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୨୬,୦୦୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୬ଲକ୍ଷ ୧୨ ହଜାର ୯୯୩ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ  ଏବେ ବି ୧,୧୦,୩୭୩ ଜଣ ଚିକିତ୍ସାଧୀନ ଅଛନ୍ତି।